ଭୁବନେଶ୍ୱର,୦୮/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୯୪୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ବାଲେଶ୍ୱର ଜିଲାର ଜଣେ ୬୫ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୪୭୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୮୫୫୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୮୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୨୮୮୦୨୯ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର