କେନ୍ଦ୍ରାପଡ଼ା, ୦୯/୦୯/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଂଚାୟତର ଫୋରଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତରଞ୍ଜନ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କଂସାର ପଂଚାୟତର ସରପଂଚ ସରୋଜିନୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୋଷାକ, ଜୋତା ଓ ମୋଜା ବଂଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷା ଅଧିକାରୀ ହେମନ୍ତ କୁମାର ଜେନା, ଗ୍ରାମ୍ୟ ଶିକ୍ଷା କମିଟି ଅଧ୍ୟକ୍ଷ ଶଙ୍କର୍ଷଣ ଜେନା, ଗଜେନ୍ଦ୍ର ପରିଡା ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ, ଛାତ୍ରାଭିଭାକ ଓ ଶିକ୍ଷା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର