ଭୁବନେଶ୍ୱର,୦୯/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫୫, କୋରାପୁଟରୁ ୪, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୯, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟପୁଲ ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୯୭୨୬ ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୮୭୯୮ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଆଉ ୧୬୯୧ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୦୧୫୭୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର