Wednesday , May 31 2023
Home / ସ୍ୱାସ୍ଥ୍ୟ / ୩୯ ଜଣ ଶିଶୁ ଙ୍କ ସମେତ ୨୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୯ ଜଣ ଶିଶୁ ଙ୍କ ସମେତ ୨୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୦/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୯୯୯୫ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୯୯୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୯୦୦୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୭୫୮ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୧୭୦୩୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.