Thursday , June 1 2023
Breaking News
Home / ବିଶେଷ / ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

 ଜଗତସିଂହପୁର,୧୨/୦୯/୨୦୨୨(ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ରଘୁନାଥପୁର ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓରୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଆଜି ମୋଟ ୮୬ ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୭୭ ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା୦୯ଟି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୧୯ଟି, ରେସନ୍ କାର୍ଡ ସଂପର୍କିତ ୩ଟି,ଜମିଜମା ସମସ୍ୟା ସଂପର୍କିତ ୧୫ଟି,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଢରୁ ସହାୟତା ପାଇବା ପାଇଁ ୧ଟି, ରେଡକ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୧ଟି,ଭତା ସଂପର୍କୀତ ୧୨ଟି, ପୋଲିସ ସହାୟତା ନିମନ୍ତେ ୪ଟି ଏବଂ ଅନ୍ୟାନ୍ୟ ୨୨ଟି ଅଭିଯୋଗର ଶୁଣାଣୀ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ,ଜିଲ୍ଲା ପରିଷଦ ଶ୍ରୀ ରୁଦ୍ର ନାରାୟଣ ଦାଶ,ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ, ତିର୍ତୋଲ ଏସ୍.ଡି.ପି.ଓ ଶ୍ରୀ ପ୍ରଶାନ୍ତ କୁମାର ମାଝୀ,ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଶ୍ରୀ ବୀର କିଶୋର ପରିଡା,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ପ୍ରଫୁଲ ଚନ୍ଦ୍ର ସେଠୀ, ତହସିଲଦାର ରୂପାଲିକା ଦାଶ,ବି.ଡି.ଓ ଶ୍ରୀ ଲମ୍ବୋଦର ଖୁଂଟିଆ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ,କ୍ଷତ୍ରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.