Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ୨୨ ଜଣ ଶିଶୁ ଙ୍କ ସମେତ ୧୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୨୨ ଜଣ ଶିଶୁ ଙ୍କ ସମେତ ୧୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୨/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାର ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୦୪୩୪ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୪୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୯୩୭୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୮୧୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୪୨୮୭୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.