Thursday , June 1 2023
Breaking News
Home / ସ୍ୱାସ୍ଥ୍ୟ / ୨୯ ଜଣ ଶିଶୁ /କିଶୋର ଙ୍କ ସମେତ ୨୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ

୨୯ ଜଣ ଶିଶୁ /କିଶୋର ଙ୍କ ସମେତ ୨୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୯ ଜଣ ଶିଶୁ /କିଶୋର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୦୮୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୮୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୯୯୪୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୭୪ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୬୮୨୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.