Thursday , June 1 2023
Breaking News
Home / ସ୍ୱାସ୍ଥ୍ୟ / ୩୬ ଜଣ ଶିଶୁ ଙ୍କ ସମେତ ୨୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୬ ଜଣ ଶିଶୁ ଙ୍କ ସମେତ ୨୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୫/୦୯/୨୦୨୨(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୯ଜଣ, ଷ୍ଟେଟ ପୁଲ୍ ରୁ ୧୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୧୧୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୧୩୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୦୨୧୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୮୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୮୩୭୦୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.