Wednesday , May 31 2023
Breaking News
Home / ସ୍ୱାସ୍ଥ୍ୟ / ୩୦ ଜଣ ଶିଶୁ ଙ୍କ ସମେତ ୨୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୦ ଜଣ ଶିଶୁ ଙ୍କ ସମେତ ୨୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୬/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଙ୍ଗହଶ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଶିଶୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୧୩୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୩୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୦୪୫୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୬୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୩୯୭୩୪୧ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.