Thursday , September 29 2022
Home / ସ୍ୱାସ୍ଥ୍ୟ / ୩୪ ଜଣ ଶିଶୁ ଙ୍କ ସମେତ ୨୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୪ ଜଣ ଶିଶୁ ଙ୍କ ସମେତ ୨୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୭/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍ ରୁ । ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୩୪ ଜଣ ଶିଶୁ ସଂକ୍ରମିତ  ଚିହ୍ନଟ  ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍ ରୁ ୧୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୧୫୮୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୫୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୦୭୧୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୩୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୧୧୬୫୫ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.