Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ୩୭ ଜଣ ଶିଶୁ ଙ୍କ ସମେତ ୨୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୭ ଜଣ ଶିଶୁ ଙ୍କ ସମେତ ୨୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୮/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍ ରୁ ୧୨ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୧୭୯୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୭୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୦୯୪୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୦୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୨୪୫୮୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *