Thursday , September 29 2022
Home / ସ୍ୱାସ୍ଥ୍ୟ / ୨୦ ଜଣ ଶିଶୁ ଙ୍କ ସମେତ ୧୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ

୨୦ ଜଣ ଶିଶୁ ଙ୍କ ସମେତ ୧୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୧୯୧୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୯୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୧୧୨୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୫୫୩ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୩୪୪୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.