Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / ୪୩ ଜଣ ଶିଶୁ ଙ୍କ ସମେତ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୪୩ ଜଣ ଶିଶୁ ଙ୍କ ସମେତ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୦/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୯୭ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲା ଜଣେ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ୩ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେବଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୨୦୮୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୦୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୧୩୪୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୯୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୪୫୮୧୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *