Thursday , September 29 2022
Home / ସ୍ୱାସ୍ଥ୍ୟ / ୪୦ ଜଣ ଶିଶୁ ଙ୍କ ସମେତ ୧୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ

୪୦ ଜଣ ଶିଶୁ ଙ୍କ ସମେତ ୧୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍ ରୁ ୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୨୨୮୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୨୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୪୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧି!ନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୫୯୫୪୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.