Wednesday , September 28 2022
Breaking News
Home / ସ୍ୱାସ୍ଥ୍ୟ / ୪୫ ଜଣ ଶିଶୁ ଙ୍କ ସମେତ ୨୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ

୪୫ ଜଣ ଶିଶୁ ଙ୍କ ସମେତ ୨୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୩/୦୯/୨୦୨୨(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୭ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାର ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୨୭୩୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୭୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୨୦୯୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୦୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୪୮୬୯୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.