ଭୁବନେଶ୍ୱର, ୨୪/୦୯/୨୦୨୨ (ଓଡ଼ିଶା ସମାଚାର)- ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ଙ୍କ ସନ୍ଦେହ ଜନକ ମୃତ୍ୟୁ । ଭୁବନେଶ୍ୱର ଶିଶୁପାଳଗଡ ଲକ୍ଷ୍ମୀବିହାରସ୍ଥିତ ସମ୍ପର୍କୀୟଙ୍କ ଘରୁ ମିଳିଛି ତାଙ୍କ ମୃତଦେହ । ତେବେ ପାରିବାରକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ କରିଥିବା ପୋଷ୍ଟକୁ ନେଇ ଚର୍ଚ୍ଚା ହେଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି ।