Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୨୬ ଜଣ ଶିଶୁ ଙ୍କ ସମେତ ୨୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

୨୬ ଜଣ ଶିଶୁ ଙ୍କ ସମେତ ୨୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫/୦୯/୨୦୨୨(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୩୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା ସୂଚନା ମିଳିନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି  ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ସଂକ୍ରମି ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୨୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୧୫୯୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.