Friday , December 9 2022
Breaking News
Home / ବିଶେଷ / ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ରେ ବିଚାରାଧୀନ କଏଦୀଙ୍କ ସନ୍ଦେହ ଜଣକ ମୃତ୍ୟୁ

ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ରେ ବିଚାରାଧୀନ କଏଦୀଙ୍କ ସନ୍ଦେହ ଜଣକ ମୃତ୍ୟୁ

ବୌଦ୍ଧ ୨୭/୦୯/୨୦୨୨ (ଓଡ଼ିଶା ସମାଚାର)- ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହ ଜଣକ ମୃତ୍ୟୁ ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ । ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁ ନାମକ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ବାରେ ଲାଗିଥିଲା ଫଳରେ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତି କରାଯାଇଥିଲା । ତେବେ ଡ଼ାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ଏକ ସ୍ଵାଭାବିକ ମୃତ୍ୟୁ ନା କେହି ତାଙ୍କୁ ହତ୍ୟା କରିଦେଇଛି ତାହା ଏବେ ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି।

Leave a Reply

Your email address will not be published.