Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୨୨ ଜଣ ଶିଶୁ ଙ୍କ ସମେତ ୧୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

୨୨ ଜଣ ଶିଶୁ ଙ୍କ ସମେତ ୧୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୩୪୯୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଗତସିଂହପୁର ଜିଲାର ଜଣେ ୫୫ବର୍ଷ ବୟସ୍କ ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୨ ରେ ପହଂଚିଥିବାବେଳେ ୬୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୪୯୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୨୮୩୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୨୩ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୩୮୨୩୬ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.