Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୨୬ ଜଣ ଶିଶୁ ଙ୍କ ସମେତ ୨୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ

୨୬ ଜଣ ଶିଶୁ ଙ୍କ ସମେତ ୨୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୮/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୩୭୦୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୨ ରେ ପହଂଚିଥିବାବେଳେ ୬୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୭୦୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୦୩୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୨୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୫୧୦୨୨ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.