Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୩୧ ଜଣ ଶିଶୁ ଙ୍କ ସମେତ ୧୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୧ ଜଣ ଶିଶୁ ଙ୍କ ସମେତ ୧୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୯/୦୯/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍ ରୁ ୫ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୩୮୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟରଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୮୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୨୫୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୮୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୬୩୫୬୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.