Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୨୦ ଜଣ ଶିଶୁ ଙ୍କ ସମେତ ୨୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ , ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

୨୦ ଜଣ ଶିଶୁ ଙ୍କ ସମେତ ୨୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ , ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୬ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ, କଟକରୁ ୧୯ ଜଣ, ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୧ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, ଗଜପତିରୁ ୬ ଜଣ, ନୟାଗଡ଼ରୁ ୫ ଜଣ, ଗଞ୍ଜାମ, ଯାଜପୁର, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଁଏ, ନବରଙ୍ଗପୁର,ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୧୦ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୪୦୯୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସୁନ୍ଦରଗଡ଼ ଜିଲାର ଜଣେ ୭୭ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୦୯୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୪୩୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୦୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୭୬୮୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.