Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୧୩ ଜଣ ଶିଶୁ ଙ୍କ ସମେତ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

୧୩ ଜଣ ଶିଶୁ ଙ୍କ ସମେତ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୧/୧୦/୨୦୨୨ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୬ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୪୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ କଳାହାଣ୍ଡି ଜିଲାର ଜଣେ ୩୦ବର୍ଷ ବୟସ୍କ ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୨୩୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୬୪୬ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୪୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୫୮୯୩୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.