Saturday , December 3 2022
Breaking News
Home / ବିଶେଷ / ହଜାରିବାଗ ଠାରେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ପରିବାରଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହଜାରିବାଗ ଠାରେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ପରିବାରଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୨/୧୦/୨୦୨୨ (ଓଡ଼ିଶା ସମାଚାର)- ମୟୂରଭଞ୍ଜରୁ ବାରଣାସୀ ଯାଇଥିବା ତୀର୍ଥ ଯାତ୍ରୀ ବସ୍ ହଜାରିବାଗରେ ଦୁର୍ଘଟଣାଗ୍ରସ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି।
ଏଥିସହ ସମସ୍ତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସେ କହିଛନ୍ତି। ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାଡ଼ଖଣ୍ଡ ସରକାରଙ୍କ ସହ ସମନ୍ୱୟ ରଖି ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ, ମୟୂରଭଞ୍ଜର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published.