Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୧୫ ଜଣ ଶିଶୁ ଙ୍କ ସମେତ ୧୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

୧୫ ଜଣ ଶିଶୁ ଙ୍କ ସମେତ ୧୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୨/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୩୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା ସୂଚନା ଦିଆଯାଇନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୩୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୮୪୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୨୭୬ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୦୦୦୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.