Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ୭ ଜଣ ଶିଶୁ ଙ୍କ ସମେତ ୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତ ଙ୍କ ମୃତ୍ୟୁ

୭ ଜଣ ଶିଶୁ ଙ୍କ ସମେତ ୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୩/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୪୪୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଙ୍କ ମଧ୍ୟରୁ ଜଣେ ପୁରୀ ଜିଲାର ୪୦ ବର୍ଷ ବୟସ୍କ ପୁରୁଣ ଓ ଅନ୍ୟ ଜଣେ ମୟୁରଭଂଜ ଜିଲାର ଜଣେ ୬୩ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୪୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୪୦୩୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୧୪୮ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୦୬୩୮୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.