Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ଦୈନିକ ସଂକ୍ରମଣ ଶହେ ତଳକୁ ଖସିଲା , ୮ ଜଣ ଶିଶୁ ଙ୍କ ସମେତ ୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦୈନିକ ସଂକ୍ରମଣ ଶହେ ତଳକୁ ଖସିଲା , ୮ ଜଣ ଶିଶୁ ଙ୍କ ସମେତ ୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୪/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ ରୁ ୪ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୪୫୨୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୫୨୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୪୨୩୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୦୪୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୧୩୮୧୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.