Saturday , December 3 2022
Breaking News
Home / ବିଶେଷ / ବଙ୍ଗୋପସାଗରରେ ଲଘୁଚାପ, ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ, ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୩ ଦିନ ପ୍ରବଳ ବର୍ଷିବ – –

ଭୁବନେଶ୍ୱର,୦୪/୧୦/୨୦୨୨(ଓଡ଼ିଶା ସମାଚାର)- ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ବୁଲେଟିନ୍ ଜାରି କରାଯାଇ ସମ୍ପୃକ୍ତ ଜିଲ୍ଲାମାନଙ୍କୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ମଙ୍ଗଳବାର ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାହେବାର ସମ୍ଭାବନା ରହିଛି। ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ସେହିପରି ବୁଧବାର ଓ ଗୁରବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେପ୍ରବଳ ବର୍ଷାନେଇ ପାଣିପାଗ କେନ୍ଦ୍ରପକ୍ଷରୁ ଆକଳନ କରାଯାଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.