Friday , December 9 2022
Breaking News
Home / ସ୍ୱାସ୍ଥ୍ୟ / ଆଜିବି ଦୈନିକ ସଂକ୍ରମିତ ଙ୍କ ସଂଖ୍ୟା ଶହେ ତଳେ , ୯ ଜଣ ଶିଶୁଙ୍କ ସମେତ ୬୮ ଜଣ ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଆଜିବି ଦୈନିକ ସଂକ୍ରମିତ ଙ୍କ ସଂଖ୍ୟା ଶହେ ତଳେ , ୯ ଜଣ ଶିଶୁଙ୍କ ସମେତ ୬୮ ଜଣ ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୫/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜମ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୪୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା ସୂଚନା ମିଳିନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୫୯୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୪୩୯୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୯୪୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୨୧୨୭୩ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.