Saturday , December 3 2022
Breaking News
Home / ସ୍ୱାସ୍ଥ୍ୟ / ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫୦ ତଳକୁ ଖସିଲା, ୬ ଜଣ ଶିଶୁଙ୍କ ସମେତ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫୦ ତଳକୁ ଖସିଲା, ୬ ଜଣ ଶିଶୁଙ୍କ ସମେତ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୬ /୧୦/୨୦୨୨ (ଓଡ଼ିଶା ସମାଚାର)- ଦୈନିକ କରୋନା ସଂକ୍ରମିତ ସଂଖ୍ୟା ଆଜି ୫୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୬୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୬୪୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୪୫୭୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୮୨୧ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୨୭୬୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.