Saturday , December 3 2022
Breaking News
Home / ନିର୍ବାଚନ / ଧାମନଗର ଉପ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଧାମନଗର ଉପ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭଦ୍ରକ,୦୭ /୧୦/୨୦୨୨ (ଓଡ଼ିଶା ସମାଚାର)- ଧାମନଗର ଉପ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ । ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ଅଧିକାରୀ ଭଦ୍ରକ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ ।  ନଭେମ୍ବର ୩ ତାରିଖ ଦିନ ଧାମନଗର ନିର୍ବାଚନମଣ୍ଡଳୀର ୨୫୨ଟି ବୁଥରେ ମତଦାନ ହେବ । ନଭେମ୍ବର ୬ ତାରିଖରେ ଭୋଟ ଗଣତି  ହେବ । ନଭେମ୍ବର ୮ ତାରିଖ ସୁଦ୍ଧା ଉପନିର୍ବାଚନ ପ୍ରକ୍ରିୟା ସାରିବା ପାଇଁ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯାଇଛି ।

Leave a Reply

Your email address will not be published.