Saturday , December 3 2022
Breaking News
Home / ସ୍ୱାସ୍ଥ୍ୟ / ୧୧ ଜଣ ଶିଶୁ ଙ୍କ ସମେତ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

୧୧ ଜଣ ଶିଶୁ ଙ୍କ ସମେତ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୭/୧୦/୨୦୨୨ (ଓଡ଼ିଶା ସମାଚାର)- ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତକାଲି ଦୈନିକ ସଂକ୍ରମଣ ସଂଖ୍ୟା ୫୦ ତଳକୁ ଥିବାବେଳେ ଆଜି ପୁଣି ୫୦ ଉପରକୁ ହାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ୨୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୪, ବଲାଙ୍ଗୀରରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬, ସମ୍ଵଲପୁରରୁ ୨, ସୁନ୍ଦରଗଡ଼ରୁ ୧୧, ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୪୭୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସଳନ୍ଦରଗଡ଼ ଜିଲାର ୭୭ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୭୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩୨୪୭୩୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୧୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୩୫୫୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.