କଟକ ୧୦ /୧୦/୨୦୨୨ (ଓଡ଼ିଶା ସମାଚାର)- ହାଇକୋର୍ଟରୁ ମୋକିମଙ୍କୁ ମିଳିଲା ଜାମିନ । ଆସନ୍ତା ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ORHDC ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଥିଲେ କୋର୍ଟ । ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ଜେଲ୍ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜୋରିମାନା କରିଥିଲେ କୋର୍ଟ । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ମହମ୍ମଦ ମୋକିମ୍ । ଯାହାର ଶୁଣାଣି କରି ମାନ୍ୟବର ହାଇକୋର୍ଟ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୧ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ଵଦଳରେ ଜାମିନ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ୧୩ ତାରିଖରେ ହାଇକୋର୍ଟରେ ମାମଲାର ପରଵର୍ତ୍ତୀ ଶୁଣାଣି ହେବ ।