ଭୁବନେଶ୍ୱର, ୧୧/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୩ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୦୫୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୦୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୨୦୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୯୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୬୯୦୬୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର