ଭୁବନେଶ୍ୱର, ୧୩/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୫୨୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୨୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୩୮୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୯୭ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୮୯୧୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।