ଭୁବନେଶ୍ୱର, ୧୪/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ, ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, କଟକରୁ ୧୦ ଜଣ, କଳାହାଣ୍ଡି, ନୂଆପଡ଼ାରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, ବରଗଡ଼, ବଲାଙ୍ଗୀର, ଯାଜପୁର,ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ସଂକ୍ରମିତ ରହିଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୯୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୩୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୪୪୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୨୨ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୬୯୯୧୬୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର