Saturday , June 10 2023
Breaking News
Home / ବିଶେଷ / ଜନ୍ମଦିନ ର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜନ୍ମଦିନ ର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୧୫/୧୦/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତାକାଲି ଅକ୍ଟୋବର ୧୬ ତାରିଖ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ  ମେକ୍ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁମାନଙ୍କୁ ଅନୁରୋଧ ଜଣାଇଛନ୍ତି । ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.