Thursday , June 8 2023
Breaking News
Home / ତାଜା ଖବର / ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା : ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା : ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ଭୁବନେଶ୍ୱର, ୧୫/୧୦/୨୦୨୨ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା।ଏଥିପାଇଁ ୧୩୦୦ କୋଟି ରୁ ଅଧିକ ଟଙ୍କା ବ୍ୟୟ ହେବ । ଏହାଦ୍ୱାରା ୫୭ ହଜାରରୁ ଅଧିକ ଠିକା କର୍ମଚାରୀ ଉପକୃତ ହେବେ । ଆସନ୍ତା କାଲି ଏ ସମ୍ପର୍କରେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି । ଏହା ରାଜ୍ୟର ୫୭ ହଜାରରୁ ଅଧିକ ଠିକା କର୍ମଚାରୀଙ୍କ ପାଇଁ ଦୀପାବଳୀ ଭେଟି । ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ । ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମ ଦିନ ପୂର୍ବରୁ ଠିକା କର୍ମଚାରୀ ମାନଙ୍କୁ ଖୁସିର ଖବର ଦେଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.