ଭୁବନେଶ୍ୱର,୧୫/୧୦/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସୁନ୍ଦରଗଡ଼ ଜିଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୫୧୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୦୫ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତ କାଲି ସୁଦ୍ଧା ରାଜ୍ୟରେ ୩୩୭୦୮୨୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର