Thursday , June 1 2023
Breaking News
Home / ସ୍ୱାସ୍ଥ୍ୟ / ୭ ଜଣ ଶିଶୁ ଙ୍କ ସମେତ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

୭ ଜଣ ଶିଶୁ ଙ୍କ ସମେତ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୬/୧୦/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୭ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସୁନ୍ଦରଗଡ଼ ଜିଲାର ଜଣେ ୬୦ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୫୯୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୦୬ଟି ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୧୭୪୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.