ଯାଜପୁର ୧୭/୧୦/୨୦୨୨(ଓଡ଼ିଶା ସମାଚାର /ସୁରେଶ କର)- ସୋମବାର ପୂର୍ବାହ୍ନରେ ଦାନଗଦି ବ୍ଲକ ପଞ୍ଚାୟତ ସମିତି ସଭା ଗୃହରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର ଏହି ଶିବିରରେ ଅଧ୍ୟକ୍ଷତା କରିବା ସହ କହିଲେ ଯେ ଅଭିଯୋଗ ଏବଂ ସମସ୍ୟାର ସମାଧାନ କୌଣସି ପ୍ରଶାସନର ଅଂଶ ବିଶେଷ । ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଉଦ୍ଦେଶ୍ୟ ହେଉଛି ଲୋକମାନଙ୍କ ସମସ୍ୟା କିମ୍ବା ଅଭିଯୋଗ ଗୁଡିକୁ ତ୍ବରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଛତା ଏବଂ ନ୍ୟାୟକୁ ଉତ୍ସାହିତ କରିବା । ଫଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇ ପାରିବ । ଶିବିରରେ ଆବାସ ଯୋଜନା , ଚିକିତ୍ସା ସହାୟତା , ଭତ୍ତା ପ୍ରଦାନ , ଜଳ ଯୋଗାଣ, ଜମିଜମା ସମ୍ବନ୍ଧୀୟ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଶୁଣାଣିରେ ମୋଟ. ୫୯. ଟି ଅଭିଯୋଗ ମଧ୍ୟରୁ. ୫୩. ଗୋଟି ବ୍ୟକ୍ତିଗତ ଓ ୬ ଗୋଟି ସାମୁହିକ ଆବେଦନପତ୍ର ମିଳିଥିଲା । ତନ୍ମଧ୍ୟରୁ ରେଡ୍ କ୍ରସ ସହାୟତା ପାଇଁ. ୭ଟି ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ. ୮ ଗୋଟି ଆବେଦନର ଶୁଣାଣୀ ହୋଇଥିଲା । ତତକାଳ ୧୬ ଟି ଅବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି । ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି. ଆର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ ଟୋପୋ, ଉପ ଆରକ୍ଷୀ ଅଧିକାରୀ ସଞ୍ଜୟ କୁମାର ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ବୁଦ୍ଧଦେବ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର କୁମାର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ୟୋଧନ ମଲ୍ଲିକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏ ଉଷାରାଣି,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ସଲ୍ଲା ଉଦ୍ଦିନ ଖାନ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତମା ପୃଷ୍ଟି, ଦାନଗଦି ତହସିଲଦାର ନମ୍ରତା ମୋଦି , ବିଡ଼ିଓ ମଣିପ୍ରସାଦ ମିଶ୍ର , ବ୍ଲକସ୍ତରୀୟ ଅଧିକାରୀ ଓ ଜିଲ୍ଲା ର ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।