Wednesday , May 31 2023
Home / ସ୍ୱାସ୍ଥ୍ୟ / ୪ ଜଣ ଶିଶୁ ଙ୍କ ସମେତ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ ଶିଶୁ ଙ୍କ ସମେତ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୭/୧୦/୨୦୨୨ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୬୭୮ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୭୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୨୪୮୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.