Sunday , May 28 2023
Breaking News
Home / ବିଶେଷ / ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚ ସ୍ତରୀୟ ବୈଠକ ଅପରାହ୍ନ ୪ ଟା ରେ

ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚ ସ୍ତରୀୟ ବୈଠକ ଅପରାହ୍ନ ୪ ଟା ରେ

ଭୁବନେଶ୍ୱର, ୧୮/୧୦/୨୦୨୨ (ଓଡ଼ିଶା ସମାଚାର)- ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆଜି ଅପରାହ୍ନ ୪ ଟା ରେ ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ୭ ଟି ଜିଲାର ଅଧିକାରୀମାନେ ଯୋଗଦେବେ । ଉପକୂଳ ଜିଲା ସହିତ ଗଜପତି ଜିଲାକୁ ସତର୍କ କରାଯାଇଛି । ସରକାରୀ କର୍ମଚାରୀ ମାନଙ୍କର ଛୁଟି ବାତିଲ କରାଯାଇଛି । ଆସନ୍ତା ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀଙ୍କ ହେଡ୍‌ କ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଅଗ୍ନୀଶମ ବାହିନୀ, ଓଡ଼ରାଫ କୁ ସଜାଗ ରହିବା ପାଇଁ ନିର୍ଦ୍ଧେଶ ଦିଆଯାଇଛି । ରାଜସ୍ୱ ବିଭାଗ ଏଥିପାଇଁ ପ୍ରସ୍ତୁତ ହୋଇସାରିଲାଣି ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି ।
ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୨ ରୁ ୨୬ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବାତ୍ୟାର ପ୍ରଭାବ କେତେ ରହିବ ଓ ଏହା କେତେ ଶକ୍ତିଶାଳୀ ହେବ ସେ ନେଇ ସଠିକ୍ ଆକଳନ ହୋଇନଥିଲେ ମଧ୍ୟ ଚଳିତ ବର୍ଷ ଦୀପାବଳି ବର୍ଷାରେ ଭିଜିବ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୪ରୁ ୨୬ ତାରିଖ ଯାଏ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବ।

Leave a Reply

Your email address will not be published.