ଭୁବନେଶ୍ୱର, ୧୯/୧୦/୨୦୨୨(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୬୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୬୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୮୭୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୦୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୪୨୮୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର