Thursday , June 1 2023
Breaking News
Home / ବିଶେଷ / ସିତ୍ରାଙ୍ଗ ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ, ଓଡ଼ିଶା ଛୁଇଁ ନପାରେ –

ସିତ୍ରାଙ୍ଗ ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ, ଓଡ଼ିଶା ଛୁଇଁ ନପାରେ –

ଅପରାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ –

ଭୁବନେଶ୍ୱର, ୨୦/୧୦/୨୦୨୨(ଓଡ଼ିଶା ସମାଚାର)-ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାର ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ତେବେ ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ସହ ଏସଆରସି ଉପସ୍ଥିତି ରହିବେ । ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ । ବାତ୍ୟା ମୁକାବିଲା ନେଇ ରଣକୌଶଳ ପ୍ରସ୍ତୁତ ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ତେବେ ଧୀରେ ଧୀରେ ଟଳୁଛି ବାତ୍ୟା ବିପଦ ।  ସିତ୍ରାଙ୍ଗ ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ । ବାତ୍ୟା ଓଡ଼ିଶା ଛୁଇଁ ନପାରେ । ଏହା ଓଡ଼ିଶା ଉପକୂଳରୁ କିଛି ଦୂରରେ ଘସି ହୋଇ ଚାଲିଯିବ । ବାତ୍ୟା ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ । ଏ ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସଦ୍ୟ ସୂଚନା ଦେଇଛି । ତେବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇଛି । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ଆଶଙ୍କା ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚମ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହା ପରେ ୨୪ ତାରିଖ ଆଡ଼କୁ ଏହା ପୁଣି ଉତ୍ତର ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ଅଂଚଳରେ ଘନୀଭୂତ ହୋଇପାରେ।

Leave a Reply

Your email address will not be published.