ଭୁବନେଶ୍ୱର, ୨୦/୧୦/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୦ ଜଣ ଶିଶୁ ସଂକ୍ରମିତ ରହିଛନ୍ତି । ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧, ବଲାଙ୍ଗୀରରୁ ୪, କଟକରୁ ୧୦ ଜଣ, ଦେବଗଡ଼ରୁ ୧, ଜଗତସିଂହପୁରରୁ ୪, ଯାଜପୁରରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୫, କୋରାପୁଟରୁ ୫, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୧, ପୁରୀରୁ ୬, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟପୁଲ ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୬୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୬୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫୯୫୮ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୮୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୫୧୯୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।