Thursday , June 1 2023
Breaking News
Home / ସ୍ୱାସ୍ଥ୍ୟ / ୫ ଜଣ ଶିଶୁ ଙ୍କ ସମେତ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ

୫ ଜଣ ଶିଶୁ ଙ୍କ ସମେତ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୧/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ଜଗତସିଂହପୁର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ, କଟକ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୨ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୭ ୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୭୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୦୩୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୬୫ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି। ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୬୦୭୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.