Wednesday , May 31 2023
Breaking News
Home / ସ୍ୱାସ୍ଥ୍ୟ / ୮ ଜଣ ଶିଶୁ ଙ୍କ ସମେତ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ

୮ ଜଣ ଶିଶୁ ଙ୍କ ସମେତ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୨/୧୦/୨୦୨୨ (ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସଂକ୍ରମିତ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪, କଟକରୁ ୪ ଜଣ, ଦେବଗଡ଼ରୁ ୪, ଗଜପତିରୁ ୨, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୮, କୋରାପୁଟରୁ ୧, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୧, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏପର୍ୟ୍ୟନ୍ତ ରାଜ୍ୟରେ ୧୩, ୩୫, ୮୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୧୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave a Reply

Your email address will not be published.