Thursday , June 1 2023
Breaking News
Home / ସ୍ୱାସ୍ଥ୍ୟ / ୭ ଜଣ ଶିଶୁ ଙ୍କ ସମେତ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

୭ ଜଣ ଶିଶୁ ଙ୍କ ସମେତ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ /୧୦/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୧, ବଲାଙ୍ଗୀରରୁ ୨, କଟକରୁ ୩ ଜଣ, ଦେବଗଡ଼ରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟପୁଲ ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ କେନ୍ଦ୍ରାପଡ଼ା ଜିଲାର ଜଣେ ୬୭ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ଏପର୍ୟ୍ୟନ୍ତ ରାଜ୍ୟରେ ୧୩, ୩୫, ୬୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୧୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave a Reply

Your email address will not be published.