ଭୁବନେଶ୍ୱର, ୨୪/୧୦/୨୦୨୨ (ଓଡ଼ିଶା ସମାଚାର)- ଆଜି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୦୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ଗଞ୍ଜାମରୁ ୪ ଜଣ, ବରଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୨ ଜଣ ସଂକ୍ରମିତ ରହିଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୨୧୨ ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୨୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୮୪୯୪୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
Home / ସ୍ୱାସ୍ଥ୍ୟ / ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳକୁ ଖସିଲା , ୦୩ ଜଣ ଶିଶୁ ଙ୍କ ସମେତ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ